ମେଷ-
ବ୍ୟବସାୟ କାର୍ଯ୍ୟରେ ବ୍ୟସ୍ତତା ବୃଦ୍ଧି ସହ ଋଣଭାର ପରିଶୋଧ ଜନିତ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରିପାରନ୍ତି। ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍ ପ୍ରକାଶ କରନ୍ତୁ ନାହିଁ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- କୌଣସି ଛୋଟା ଲୋକଙ୍କୁ କିଛି ସାହାଯ୍ୟ କରନ୍ତୁ।
ବୃଷ-
ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ। ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ। କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସହଯୋଗ ମନୋବଳକୁ ବଢେଇ ଦେବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା’ କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ମନରେ ବହୁତ କଥା ଭରି ରହିଥିଲେ ମଧ୍ୟ ନୀରବତାକୁ ପସନ୍ଦ କରିପାରନ୍ତି। ଗୁରୁତ୍ୱପୂର୍ଣ୍ଣ କାମ ପଛକୁ ପକାଇ ଅନ୍ୟମାନଙ୍କ କାମରେ ଅନୁପ୍ରବେଶ କାରଣରୁ ମନ ସର୍ବଦା ବିଚଳିତ ରହିବ। ଜମିଜମା କିମ୍ବା ଗୃହସୀମାକୁ କେନ୍ଦ୍ରକରି ଟଣାଓଟରା ଲାଗିପାରେ। ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବା କଷ୍ଟକର ହୋଇପଡିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ଧାରଣ କରନ୍ତୁ।
କର୍କଟ-
ପରୋକ୍ଷ ଶତ୍ରୁତା ଦୈନିକ ଜୀବନଚର୍ଯ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ । ଛାତ୍ରଛାତ୍ରୀ ମାନେ ପଢାରେ ଭଲ ସଫଳତା ଆଣିବେ । କର୍ମକ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ । ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ ।
ଶୁଭ ରଙ୍ଗ – ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ।
ସିଂହ-
କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ଲାଭ କରି ମନୋବଳ ବୃଦ୍ଧି ପାଇବ। ଶିକ୍ଷା, ଆଲୋଚନା, ଗଠନମୂଳକ କାମ ଓ ଲେଖାପଢା କ୍ଷେତ୍ରରୁ ଶୁଭଫଳ ପାଇବେ। ପରିବାରରେ ହଠାତ୍ ପ୍ରତିକ୍ରିୟା ପ୍ରକାଶ କଲେ ଅନର୍ଥ ହୋଇପାରେ। ଅର୍ଥସଙ୍କଟ ହେତୁ କେତେକ କାମ ଅଟକି ରହିଯିବାର ସୂଚନା ରହିଛି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀ ମାତଙ୍ଗୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତ।
କନ୍ୟା-
ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ବିବାଦରେ ବିଜୟ ଲାଭରୁ ମନୋବଳ ବୃଦ୍ଧି ପାଇବ। ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ।
ତୁଳା-
ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଓ ବନ୍ଧୁବର୍ଗଙ୍କ ସମାଦର ଦିନଟିକୁ ରୁଚିପୂର୍ଣ୍ଣ କରାଇବ। ମାନସିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ ପରିବାରରେ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ଲାଭ କରି କର୍ମକ୍ଷେତ୍ରରେ ଆଶାନୁରୂପକ ସଫଳତା ହାସଲ କରିବେ। ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଶ୍ରୀ କମଳାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ବିଛା-
ବ୍ୟବସାୟରେ କୌଣସି ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ। ଚେଷ୍ଟା କରିଲେ ଅନ୍ୟକୁ ଦେଇଥିବା ଧନ ମିଳିପାରିବ । ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ। ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ
ଶୁଭ ରଙ୍ଗ – ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳାମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ।
ଧନୁ-
ବ୍ୟବସାୟିକ କ୍ଷେତ୍ରରେ ସଫଳତା ପାଇବେ। ଅନ୍ୟମନସ୍କ ରହିବା ଯୋଗୁ କେତେକ ବ୍ୟତିକ୍ରମ ଦେଖାଦେବ।ଘରର ଅକୁହା କଥାକୁ ଚିନ୍ତା କରି ମନରେ ସରସତା ରହିବ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡି କେତେକ କାମ କରିବାକୁ ବାଧ୍ୟ ହେବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମା’ ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।
ମକର-
ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନୋବଳକୁ ସୁଦୃଢ କରିବ । ରାଜନିତିରେ ସାଧାରଣ କଥାକୁ କେନ୍ଦ୍ରକରି ମତ ପାର୍ଥକ୍ୟ ଦେଖା ଦେଇପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳୀଙ୍କୁ ପୂଜା କରନ୍ତୁ
କୁମ୍ଭ-
ପରିବାରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବାଲ୍ୟବନ୍ଧୁ ସାହାଯ୍ୟ କରିପାରନ୍ତି। କୌଶଳରେ କାମ ହାସଲ କଲେ ମଧ୍ୟ ଦିନଟିରେ ବିଶେଷ ପରିଶ୍ରମ କରିବାକୁ ପଡିବ। ଆୟକର ବିଭାଗ ଦ୍ୱାରା ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ। ଦୀର୍ଘ ଦିନ ହେଲା ଶତ୍ରୁତା କରୁଥିବା ବ୍ୟକ୍ତିମାନେ ପଛରେ ବହୁତ ସମାଲୋଚନା କରିପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଦକ୍ଷୀଣକାଳିଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।
ମୀନ-
କଅଁଳ କଥା କହି କାମ ହାସଲ କରିବେ । ନୂତନ ଘର ତିଆରି, ଯାନବାହନ ମରାମତି, ଦୋକାନ ଉନ୍ନତିକରଣ କରିପାରିବେ। କର୍ମ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ସାମ୍ନା କରିବାକୁ ପଡିପାରେ। ପଡୋଶୀଙ୍କ ସହିତ ସମସ୍ୟାମୂଳକ ପରିସ୍ଥିତି ସୃଷ୍ଟି ହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା’ ତାରାଙ୍କର ମନ୍ତ୍ର ପାଠ କରନ୍ତୁ
