କଟକ-ନରସିଂହପୁର ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ଟ୍ରକ ଧକ୍କାରେ ସାଇକେଲ ଆରୋହୀ ମୃତ

Table of Content

କଟକ-ନରସିଂହପୁର ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ଟ୍ରକ ଧକ୍କାରେ ସାଇକେଲ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

କଟକ: କଟକ ଜିଲ୍ଲା କାନପୁର ଥାନା ଅନ୍ତର୍ଗତ କଟକ-ନରସିଂହପୁର ମୁଖ୍ୟ ସଡ଼କର ବାସେଳିହତା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ସିମେଣ୍ଟ ବୋଝେଇ ଟ୍ରକ ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଥିବାବେଳେ ଘଟଣାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

ମୃତ ବ୍ୟକ୍ତି ହେଲେ କୁମ୍ଭୀରତୈଳା ଗ୍ରାମର ଆକୁଳ ବେହେରା। ସୂଚନା ଅନୁଯାୟୀ, ଗତକାଲି ସନ୍ଧ୍ୟାରେ ସେ ସାଇକେଲରେ ଯାଉଥିବାବେଳେ ଏକ ସିମେଣ୍ଟ ବୋଝେଇ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ସେ ଗୁରୁତର ଆହତ ହୋଇଥିଲେ।

ସ୍ଥାନୀୟ ଲୋକମାନେ ତୁରନ୍ତ ଆହତ ଆକୁଳଙ୍କୁ ଆମ୍ବୁଲାନ୍ସ ଯୋଗେ ବଡ଼ମ୍ବା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଘଟଣା ପରେ ମୃତକଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଏବଂ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରି ସ୍ଥାନୀୟ ଲୋକେ ୬୫ ନମ୍ବର ରାଜ୍ୟ ରାଜପଥ ଅବରୋଧ କରିଥିଲେ। ଫଳରେ ଉଭୟ ପାର୍ଶ୍ୱରେ ଯାନବାହନ ଚଳାଚଳ କିଛି ସମୟ ପାଇଁ ବାଧାପ୍ରାପ୍ତ ହୋଇଥିଲା।

ଖବର ପାଇ କାନପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସହ ଲୋକମାନଙ୍କ ସହ ଆଲୋଚନା ଚଳାଇଛି। ଏଥିସହ ଦୁର୍ଘଟଣାର କାରଣ ନେଇ ତଦନ୍ତ ଆରମ୍ଭ କରାଯାଇଛି।

ସଡ଼କ ସୁରକ୍ଷାକୁ ନେଇ ପୁଣି ଉଠିଲା ପ୍ରଶ୍ନ। ଅବହେଳିତ ଡ୍ରାଇଭିଂ ଓ ବେପରୁଆ ଗତି ଆଉ କେତେ ନିରୀହ ଜୀବନ ନେବ, ତାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।

446685pwpadmin

https://adyashalive.com

Featured Posts

Featured Posts

ଆପଣଙ୍କ ସମସ୍ୟା ଆମର ଦାୟିତ୍ୱ, 
ସାଧାରଣ ଜନତାଙ୍କ ଅକୁହା କଥା ।

Featured Posts

Our Visitor

1 0 0 0 7 7
Total Users : 1000778