କଣାସରେ ଥମୁନି ଝାଡ଼ାବାନ୍ତି, ଦିନକୁ ଦିନ ବଢ଼ୁଛି ଆକ୍ରାନ୍ତଙ୍କ ସଂଖ୍ୟା

Table of Content

ପୁରୀ ଜିଲ୍ଲାର କଣାସ ଅଞ୍ଚଳରେ ଝାଡ଼ାବାନ୍ତି ଜନିତ ଅସୁସ୍ଥତାକୁ ନେଇ ଲୋକଙ୍କ ମଧ୍ୟରେ ଚିନ୍ତା ବଢ଼ିଛି। ଗତ ପ୍ରାୟ ୧୫ ଦିନ ଧରି କଣାସ ବ୍ଲକର ବିଭିନ୍ନ ଗାଁରେ ବାନ୍ତି ଓ ଝାଡ଼ା ଲକ୍ଷଣ ଦେଖାଯାଉଥିବା ବେଳେ ଦିନକୁ ଦିନ ଅସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କର ପରିବେଶ ସୃଷ୍ଟି ହୋଇଛି।

ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବିଭିନ୍ନ ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରାଯାଇଥିଲେ ମଧ୍ୟ କେତେକ ଲୋକ ଅସୁସ୍ଥ ହୋଇ କଣାସ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ତେବେ ଅଧିକାଂଶ ରୋଗୀ ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଥିବା ସୂଚନା ମିଳିଛି।

କଣାସର ଗାଡ଼ିସାଗଦା ଅଞ୍ଚଳରେ ମାତ୍ର ୪୫ରୁ ଅଧିକ ଲୋକ ଏଭଳି ଲକ୍ଷଣରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏହାକୁ ନେଇ ସ୍ଥାନୀୟ ବାସିନ୍ଦା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ତୁରନ୍ତ ହସ୍ତକ୍ଷେପ ଓ ସ୍ଥାୟୀ ପ୍ରତିକାର ବ୍ୟବସ୍ଥା ଦାବି କରିଛନ୍ତି।

ଅନ୍ୟପକ୍ଷରେ, ପୁରୀ ଜିଲ୍ଲାର ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ (CDMO) କହିଛନ୍ତି ଯେ ଏହାକୁ ଡାଇରିଆ ବୋଲି କହିବା ଏବେ ଠିକ୍ ହେବ ନାହିଁ। ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗର ପ୍ରଭାବରୁ ଏଭଳି ଅସୁସ୍ଥତା ବିଭିନ୍ନ ସ୍ଥାନରେ ଦେଖାଯାଉଛି। ସ୍ୱାସ୍ଥ୍ୟ ବିଭାଗ ପରିସ୍ଥିତି ଉପରେ କଡ଼ା ନଜର ରଖିଛି ଏବଂ ଡାକ୍ତରୀ ଟିମ୍‌ ଗ୍ରାମଗୁଡ଼ିକୁ ଯାଇ ସ୍ଥିତି ସମୀକ୍ଷା କରୁଛନ୍ତି।

ଆକ୍ରାନ୍ତ ଓ ସ୍ଥାନୀୟ ଲୋକଙ୍କୁ ORS, ଔଷଧ ବଣ୍ଟନ ସହ ସଚେତନତା କାର୍ଯ୍ୟକ୍ରମ ଚାଲିଛି। ସେହିପରି ୩ଟି ଗ୍ରାମର ୩ଟି ପୋଖରୀରୁ ପାଣି ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି। ରିପୋର୍ଟ ଆସିବା ପରେ ଅସୁସ୍ଥତାର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ତେବେ ଗ୍ରାମାଞ୍ଚଳରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ, ପରିମଳ ବ୍ୟବସ୍ଥା ଓ ସ୍ୱାସ୍ଥ୍ୟ ସଚେତନତା ଉପରେ ଅଧିକ ଗୁରୁତ୍ୱ ଦେବାକୁ ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି।

446685pwpadmin

https://adyashalive.com

Leave a Reply

Your email address will not be published. Required fields are marked *

Featured Posts

Featured Posts

ଆପଣଙ୍କ ସମସ୍ୟା ଆମର ଦାୟିତ୍ୱ, 
ସାଧାରଣ ଜନତାଙ୍କ ଅକୁହା କଥା ।

Featured Posts