ଗଞ୍ଜାମ ରକ୍ତରଞ୍ଜିତ, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ

Table of Content

ଗଞ୍ଜାମ ଜିଲ୍ଲାର କବିସୂର୍ଯ୍ୟନଗର ଅଞ୍ଚଳରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମଗ୍ର ଅଞ୍ଚଳକୁ ଶୋକାକୁଳ କରିଦେଇଛି। ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଲଡ଼କାପଲ୍ଲୀ ଛକ ନିକଟରେ ଏକ ଯାତ୍ରୀବାହୀ ଅଟୋ ଓ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୬ ଜଣଙ୍କ ଜୀବନ ଯାଇଥିବା ବେଳେ ଅନେକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।

ସୂଚନା ଅନୁଯାୟୀ, ସୋରଳ ରୋଡ୍‌ ଏରେଣ୍ଡ୍ରା ଅଞ୍ଚଳରୁ କିଛି ଲୋକ ଗୋଟିଏ ଅଟୋରେ ସିଂହାସନୀ ପୀଠକୁ ଭୋଜି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଯାଉଥିଲେ। ଏହି ସମୟରେ ସିକୁଳା ନିକଟସ୍ଥ ଲଡ଼କାପଲ୍ଲୀ ଛକରେ ‘ଡାଇମଣ୍ଡ’ ନାମକ ଏକ ଯାତ୍ରୀବାହୀ ବସ୍‌ ଅଟୋଟିକୁ ଜୋରଦାର ଧକ୍କା ଦେଇଥିଲା। ଧକ୍କା ପରେ ବସ୍‌ଟି ଅଟୋକୁ କିଛି ଦୂର ପର୍ଯ୍ୟନ୍ତ ଘୋଷାଡ଼ି ନେଇଥିବା ଜଣାପଡ଼ିଛି।

ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ସହଯୋଗରେ ଅଗ୍ନିଶମ ବାହିନୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ସେଠାରେ ଡାକ୍ତର ୬ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ଆହତମାନଙ୍କ ମଧ୍ୟରୁ କିଛିଙ୍କୁ ପରବର୍ତ୍ତୀ ଚିକିତ୍ସା ପାଇଁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ମୃତକଙ୍କ ମଧ୍ୟରେ ଦୁଇଜଣ ନାବାଳିକା ଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ଅନେକ ସଦସ୍ୟ ପ୍ରଭାବିତ ହୋଇଥିବାରୁ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ଘଟଣାକୁ ନେଇ ପୁଲିସ ତଦନ୍ତ ଆରମ୍ଭ କରିଥିବା ବେଳେ, ବସ୍‌ ଚାଳକଙ୍କ ଅସାବଧାନତା କାରଣରୁ ଏହି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି।

446685pwpadmin

https://adyashalive.com

Featured Posts

Featured Posts

ଆପଣଙ୍କ ସମସ୍ୟା ଆମର ଦାୟିତ୍ୱ, 
ସାଧାରଣ ଜନତାଙ୍କ ଅକୁହା କଥା ।

Featured Posts