ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ସକାଳ ୯ଟା ୩୦ ମିନିଟ୍ରେ ସେ ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ବୋଲି ସୂଚନା ମିଳିଛି।
ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରୀୟ ନେତୃତ୍ୱ ଓ ବିଭିନ୍ନ ମନ୍ତ୍ରଣାଳୟର ଅଧିକାରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ କରିପାରନ୍ତି। ବିଶେଷ କରି ଓଡ଼ିଶାର ଅବକାଠା ଉନ୍ନୟନ, ଶିଳ୍ପ, ପାଣିପାଗ ଜନିତ ପରିସ୍ଥିତି, କେନ୍ଦ୍ରୀୟ ଅନୁଦାନ ଓ ରାଜ୍ୟର ବିଭିନ୍ନ ଚାଲୁଥିବା ପ୍ରକଳ୍ପ ନେଇ ଆଲୋଚନା ହେବାର ସମ୍ଭାବନା ରହିଛି।
ଏହା ସହ ରାଜ୍ୟର ଉନ୍ନୟନମୂଳକ କାର୍ଯ୍ୟକୁ ଆହୁରି ଗତିଶୀଳ କରିବା ଏବଂ କେନ୍ଦ୍ର-ରାଜ୍ୟ ସମନ୍ୱୟକୁ ସୁଦୃଢ କରିବା ନେଇ ମଧ୍ୟ ଗୁରୁତ୍ୱ ଦିଆଯିବ ବୋଲି ଚର୍ଚ୍ଚା ହେଉଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଦିଲ୍ଲୀ ଗସ୍ତକୁ ରାଜନୈତିକ ଓ ପ୍ରଶାସନିକ ମହଳରେ ବେଶ୍ ଗୁରୁତ୍ୱର ସହ ଦେଖାଯାଉଛି।
