ଦୁଇ ବର୍ଷର ବିକାଶ ଯାତ୍ରାକୁ ନେଇ ସିହଳାରେ ସରକାରୀ କାର୍ଯ୍ୟକ୍ରମ

Table of Content

ଗଞ୍ଜାମ, କୁକୁଡ଼ାଖଣ୍ଡି: ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ‘ବିକାଶର ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ସିହଳା ଗ୍ରାମ ପଞ୍ଚାୟତରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ସରକାରଙ୍କ ବିକାଶମୂଳକ ଯୋଜନା ଓ ଜନହିତକାରୀ ପଦକ୍ଷେପ ସମ୍ପର୍କରେ ସାଧାରଣ ଲୋକଙ୍କୁ ସଚେତନ କରିବା ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ଥିଲା।

କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପାରମ୍ପରିକ ଭାବେ ଦୀପ ପ୍ରଜ୍ୱଳନ କରି ଶୁଭାରମ୍ଭ କରିଥିଲେ। ନିଜ ବକ୍ତବ୍ୟରେ ସେ ରାଜ୍ୟ ସରକାରଙ୍କ ବିଭିନ୍ନ ବିକାଶମୂଳକ କାର୍ଯ୍ୟ, ଜନକଲ୍ୟାଣମୂଳକ ଯୋଜନା ଏବଂ ସେଗୁଡ଼ିକର ସୁଫଳ କିପରି ସାଧାରଣ ଲୋକଙ୍କ ପାଖକୁ ପହଞ୍ଚୁଛି, ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ।

ବିଧାୟକ କହିଥିଲେ ଯେ, ସରକାର ଲୋକମାନଙ୍କ ସାମାଜିକ ଓ ଆର୍ଥିକ ଉନ୍ନତିକୁ ପ୍ରାଥମିକତା ଦେଇ କାର୍ଯ୍ୟ କରୁଛନ୍ତି। ଆଗାମୀ ଦିନରେ ମଧ୍ୟ ଜନକଲ୍ୟାଣମୂଳକ ଯୋଜନାଗୁଡ଼ିକୁ ଅଧିକ ପ୍ରଭାବଶାଳୀ ଓ ଲୋକାଭିମୁଖୀ କରିବା ପାଇଁ ସରକାର ପ୍ରତିବଦ୍ଧ ବୋଲି ସେ ପ୍ରକାଶ କରିଥିଲେ।

ସରପଞ୍ଚ ଗୌରୀ ଗୌଡ଼ଙ୍କ ତତ୍ତ୍ୱାବଧାନରେ ଏବଂ ପିଇଓ ମହେନ୍ଦ୍ର କୁମାର ମଲ୍ଲିକଙ୍କ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷା ବିଷ୍ଣୁପ୍ରିୟା ପାତ୍ର, ବ୍ଲକର ବିଭିନ୍ନ ବିଭାଗର ଅଧିକାରୀ, ଜନପ୍ରତିନିଧି, ପଞ୍ଚାୟତ ସ୍ତରୀୟ ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର ମହିଳା ସଦସ୍ୟା ଓ ବହୁ ସଂଖ୍ୟକ ସ୍ଥାନୀୟ ବାସିନ୍ଦା ଉପସ୍ଥିତ ଥିଲେ।

446685pwpadmin

https://adyashalive.com

Featured Posts

Featured Posts

ଆପଣଙ୍କ ସମସ୍ୟା ଆମର ଦାୟିତ୍ୱ, 
ସାଧାରଣ ଜନତାଙ୍କ ଅକୁହା କଥା ।

Featured Posts

Our Visitor

1 0 0 0 7 7
Total Users : 1000778