ଲଘୁଚାପରେ ଭିଜୁଛି ଓଡ଼ିଶା, ୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା

Table of Content

ଲଘୁଚାପ ପ୍ରଭାବରେ ଭିଜୁଛି ଓଡ଼ିଶା; ୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା, ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ଥିବା ଲଘୁଚାପ ଓ ସହଯୋଗୀ ଘୂର୍ଣ୍ଣିବଳୟ ପ୍ରଭାବରେ ସମଗ୍ର ଓଡ଼ିଶାରେ ବର୍ଷାର ପ୍ରକୋପ ଜାରି ରହିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହି ପାଗ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଏବଂ ଆଗାମୀ ଦୁଇ ଦିନ ମଧ୍ୟରେ ଲଘୁଚାପ ଅଧିକ ସକ୍ରିୟ ହେବାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର, ଭୁବନେଶ୍ୱର ପକ୍ଷରୁ ଆଗାମୀ ୨୪ ଘଣ୍ଟା ପାଇଁ କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଅନ୍ୟ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଜୁଲାଇ ୪ ତାରିଖ (ଶନିବାର) ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିବ। ଏହି ଦିନ ସମ୍ବଲପୁର, ସୋନପୁର, ଅନୁଗୁଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ କେନ୍ଦୁଝର, କଟକ, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ରହିଛି।

ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାରୁ ୩ରୁ ୭ ଜୁଲାଇ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି। ଏହା ସହ ପାରାଦୀପ ଓ ଧାମରା ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି।

ବିଗତ ୨୪ ଘଣ୍ଟାରେ ରାଜ୍ୟର ୩ଟି ସ୍ଥାନରେ ଅତି ପ୍ରବଳ ଓ ୨୧ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। **ବରଗଡ଼ର ଅମ୍ବାଭୋନାରେ ସର୍ବାଧିକ ୩୧୭ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ, ବଲାଙ୍ଗିରରେ ୧୪୭ ମି.ମି., ବୌଦ୍ଧର କଣ୍ଟାମାଳରେ ୧୨୭ ମି.ମି. ଏବଂ ସୋନପୁରର ବୀରମହାରାଜପୁରରେ ୧୧୭ ମି.ମି. ବର୍ଷା ହୋଇଛି।

ପାଣିପାଗ ବିଭାଗ ସମ୍ଭାବ୍ୟ ଜଳବନ୍ଦୀ, ସହରାଞ୍ଚଳରେ ଜଳଜମା, ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଏବଂ ନଦୀର ଜଳସ୍ତର ବୃଦ୍ଧି ଆଶଙ୍କାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ କହିଛି। ସାଧାରଣ ଲୋକଙ୍କୁ ମଧ୍ୟ ଆବଶ୍ୟକ ନଥିଲେ ଘରୁ ବାହାରକୁ ନଯିବା ଏବଂ ପାଣିପାଗ ବିଭାଗର ସତର୍କ ସୂଚନାକୁ ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି।

446685pwpadmin

https://adyashalive.com

Featured Posts

Featured Posts

ଆପଣଙ୍କ ସମସ୍ୟା ଆମର ଦାୟିତ୍ୱ, 
ସାଧାରଣ ଜନତାଙ୍କ ଅକୁହା କଥା ।

Featured Posts

Our Visitor

1 0 0 0 7 7
Total Users : 1000778