ଆଜିର ରାଶିଫଳ

Table of Content

ମେଷ:
ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ଯ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ କରିବେ । ପରିବହନରେ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ଠାରୁ ସହାୟତା ନେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ-
ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ। ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ। ଆୟନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ। ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା’ କମଳାଙ୍କର ଫଟୋକୁ ପୂଜା କରନ୍ତୁ

ମିଥୁନ-
ପରିବାରରେ ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ଖେଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସାଭାଜନ ହେବେ। ମାଲିମକଦ୍ଦମାର ଶୁଣାଣି ଆପଣଙ୍କ ସପକ୍ଷରେ ଯିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କର୍କଟ-
ପରିବାରରେ ନୂଆ ଦାୟିତ୍ୱ ଗ୍ରହଣ କରିବେ। ବୁଝି ବିଚାରି ସମସ୍ୟାର ସମାଧାନ କରିବେ। ସମାଜ ସେବାରେ ମନ ବଳାଇବେ। ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ। ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ବାପା ମା’ଙ୍କ ସେବା କରନ୍ତୁ

ସିଂହ-
ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବନରେ ସୁଧାର ଆଣିବେ। ଜୀବନରେ ନୂଆ ସଙ୍କେତ ମିଳିପାରେ। ବିଦ୍ୟାର୍ଥୀ ପ୍ରତିଦ୍ୱନ୍ଦ୍ବିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ। ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କନ୍ୟା-
କର୍ମ କ୍ଷେତ୍ରରେ ଶତ୍ରୁତା ବୃଦ୍ଧି ହୋଇପାରେ। ପ୍ରିୟ ବନ୍ଧୁଙ୍କ ସହିତ ଗପସପରେ ସମୟ ବିତାଇବେ। ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ। ଚାକିରି କ୍ଷେତ୍ରରେ ପ୍ରିୟ ପାତ୍ର ହୋଇ ପାରନ୍ତି। କୌଣସି ଦୂର ସ୍ଥାନକୁ ତୀର୍ଥ ଯାତ୍ରାର ସୁଯୋଗ ପାଇବେ। ଆପଣଙ୍କ ଆୟ ପୂର୍ବ ପରି ରହିବ। ସମାଜରେ ମାନ ସମ୍ମାନ ପାଇ ପାରନ୍ତି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ପ୍ରଭୁ ନାରାୟଣଙ୍କ ଫଟୋକୁ ପୂଜା କରନ୍ତୁ

ତୁଳା-
କୌଣସି ନୂତନ ଯୋଜନା ଅର୍ଥ ଅଭାବ ଯୋଗୁ ଆରମ୍ଭ ହୋଇ ପାରିବ ନାହିଁ। ଆଧ୍ୟାତ୍ମିକ , ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ପାରନ୍ତି। ସମ୍ପତ୍ତି ବଢାଇବାର ଯୋଜନା ସଫଳ ହେବ। ରାଜନୀତିରେ କ୍ଷେତ୍ରରେ ବହୁତ୍ ଉପରକୁ ଯାଇ ପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟୋକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ବାପା , ମାଙ୍କ ପରାମର୍ଶ ଆପଣଙ୍କ ଲାଗି ଫଳପ୍ରଦ ସାବ୍ୟସ୍ତ ହେବ। ସାଙ୍ଗସାଥୀମାନଙ୍କ ପାଇଁ ଅଧିକ ଖର୍ଚ୍ଚ କରି ପାରନ୍ତି। ଆପଣ ଅଜ୍ଞାତ ବିପଦର ସମ୍ମୁଖିନ ହୋଇ ପାରନ୍ତି। କର୍ମ ତତ୍ପରତା ହେତୁ ଆଗେଇ ଚାଲିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-

ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷେପ ନେବେ। ଚାକିରି କ୍ଷେତ୍ରରେ ଆପଣଙ୍କ କାମକୁ ନେଇ ସହକର୍ମୀ ମାନେ ବିରୋଧ କରିପାରନ୍ତି। ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର୍ଯ୍ୟ କରିବେ। ରାଜନୀତି କ୍ଷେତ୍ରରେ ଆଗକୁ ଯିବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଗୁରୁଙ୍କର ଗାୟତ୍ରୀ ପାଠ କରନ୍ତୁ

ମକର-
କାରବାରରେ ସଫଳତା ପାଇବେ। ଲେଖାପଢା ପ୍ରତି ଆଗ୍ରହ ରୁଚି ବଢିବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ମହିଳା ମାନେ ସରକାରୀ ଚାକିରିର ସୁଯୋଗ ପାଇବେ। ଅର୍ଜିତ ଧନ ଓ ମାନ ହାନି ଘଟିପାରେ। ଦୈବୀ ଆଶ୍ରୀବାଦରୁ ସମସ୍ୟା ଗୁଡିକ ସେତେ ଗୁରୁତ୍ୱର ହେବ ନାହିଁ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଧଳା ରଙ୍ଗର ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ

କୁମ୍ଭ-
ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମ୍ନା କରିବାକୁ ପଡିପାରେ। ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଚେଷ୍ଟା କରିବେ। ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ରହିବ। ଚାକିରିରେ ଅପଦସ୍ତ ହୋଇପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ-
ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ। ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

446685pwpadmin

https://adyashalive.com

Featured Posts

Featured Posts

ଆପଣଙ୍କ ସମସ୍ୟା ଆମର ଦାୟିତ୍ୱ, 
ସାଧାରଣ ଜନତାଙ୍କ ଅକୁହା କଥା ।

Featured Posts

Our Visitor

1 0 0 0 7 7
Total Users : 1000779