ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରୀୟ ନେତାଙ୍କ ସହ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

Table of Content

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ସକାଳ ୯ଟା ୩୦ ମିନିଟ୍‌ରେ ସେ ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ବୋଲି ସୂଚନା ମିଳିଛି।

ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରୀୟ ନେତୃତ୍ୱ ଓ ବିଭିନ୍ନ ମନ୍ତ୍ରଣାଳୟର ଅଧିକାରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ କରିପାରନ୍ତି। ବିଶେଷ କରି ଓଡ଼ିଶାର ଅବକାଠା ଉନ୍ନୟନ, ଶିଳ୍ପ, ପାଣିପାଗ ଜନିତ ପରିସ୍ଥିତି, କେନ୍ଦ୍ରୀୟ ଅନୁଦାନ ଓ ରାଜ୍ୟର ବିଭିନ୍ନ ଚାଲୁଥିବା ପ୍ରକଳ୍ପ ନେଇ ଆଲୋଚନା ହେବାର ସମ୍ଭାବନା ରହିଛି।

ଏହା ସହ ରାଜ୍ୟର ଉନ୍ନୟନମୂଳକ କାର୍ଯ୍ୟକୁ ଆହୁରି ଗତିଶୀଳ କରିବା ଏବଂ କେନ୍ଦ୍ର-ରାଜ୍ୟ ସମନ୍ୱୟକୁ ସୁଦୃଢ କରିବା ନେଇ ମଧ୍ୟ ଗୁରୁତ୍ୱ ଦିଆଯିବ ବୋଲି ଚର୍ଚ୍ଚା ହେଉଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଦିଲ୍ଲୀ ଗସ୍ତକୁ ରାଜନୈତିକ ଓ ପ୍ରଶାସନିକ ମହଳରେ ବେଶ୍ ଗୁରୁତ୍ୱର ସହ ଦେଖାଯାଉଛି।

446685pwpadmin

https://adyashalive.com

Featured Posts

Featured Posts

ଆପଣଙ୍କ ସମସ୍ୟା ଆମର ଦାୟିତ୍ୱ, 
ସାଧାରଣ ଜନତାଙ୍କ ଅକୁହା କଥା ।

Featured Posts

Our Visitor

1 0 0 0 7 7
Total Users : 1000779