ଲଘୁଚାପ ପ୍ରଭାବ: ୫ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନଯିବାକୁ ସତର୍କବାଣୀ

Table of Content

ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବା ସହ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକାରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଆକଳନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱର, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହି ସମସ୍ତ ଅଞ୍ଚଳରେ ପ୍ରବଳ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ିର ସମ୍ଭାବନା ରହିଛି।

ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର, କେତେକ ସ୍ଥାନରେ ୬୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ। ଏହା ସହ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ଆଜିଠାରୁ ୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି। ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ରରେ ଅଛନ୍ତି, ସେମାନଙ୍କୁ ଯଥାଶୀଘ୍ର ସୁରକ୍ଷିତ ସ୍ଥାନକୁ ଫେରିଆସିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।

ଆସନ୍ତା ୨୪ ଘଣ୍ଟାରେ ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ସୁବର୍ଣ୍ଣପୁର, ବରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି ହୋଇଛି।

446685pwpadmin

https://adyashalive.com

Featured Posts

Featured Posts

ଆପଣଙ୍କ ସମସ୍ୟା ଆମର ଦାୟିତ୍ୱ, 
ସାଧାରଣ ଜନତାଙ୍କ ଅକୁହା କଥା ।

Featured Posts

Our Visitor

1 0 0 0 7 7
Total Users : 1000779